5ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।
6ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।
7ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
8ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ।
9ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନ୍ରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।