ଗଣନା ପୁସ୍ତକ 35

“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,

Numbers 35:10 (UKJV) Speak unto the children of Israel, and say unto them, When all of you be come over Jordan into the land of Canaan;

8ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହି ସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”

9ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

10“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,

11ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।

12ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.