13ଏହିରୂପେ ତୁମ୍ଭେମାନେ ଯେଉଁ ଯେଉଁ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ।
14ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ।
15ଇସ୍ରାଏଲ ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟ ସ୍ଥାନ ହେବ; ତହିଁରେ ଯେଉଁ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇପାରେ।
16ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
17ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।