ଗଣନା ପୁସ୍ତକ 35

ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।

Numbers 35:19 (UKJV) The revenger of blood himself shall slay the murderer: when he meet him, he shall slay him.

17ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।

18ଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।

19ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।

20ଆଉ ଯଦି ହିଂସା କରି କେହି କାହାକୁ ଧକ୍କା ମାରେ, ଅବା ଛକି ବସି ତାହା ଉପରେ କିଛି ପକାଏ ଓ ତହିଁରେ ସେ ମରେ;

21କିଅବା ଶତ୍ରୁତା କରି ଯଦି ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ; ସେ ନରହତ୍ୟାକାରୀ ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.