19ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।
20ଆଉ ଯଦି ହିଂସା କରି କେହି କାହାକୁ ଧକ୍କା ମାରେ, ଅବା ଛକି ବସି ତାହା ଉପରେ କିଛି ପକାଏ ଓ ତହିଁରେ ସେ ମରେ;
21କିଅବା ଶତ୍ରୁତା କରି ଯଦି ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ; ସେ ନରହତ୍ୟାକାରୀ ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ।
22ମାତ୍ର ଯଦି କେହି ଶତ୍ରୁତା ବିନା ହଠାତ୍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,
23କିଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ,