23କିଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ,
24ତେବେ ମଣ୍ଡଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ।
25ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।
26ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ
27ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ।