25ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।
26ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ
27ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ।
28କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରିଯାଇ ପାରିବ।
29ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ।