27ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ।
28କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରିଯାଇ ପାରିବ।
29ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ।
30ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।
31ଆହୁରି ପ୍ରାଣଦଣ୍ଡ ଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।