ଗଣନା ପୁସ୍ତକ 35

ତହିଁରେ ସେହି ସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।

Numbers 35:3 (UKJV) And the cities shall they have to dwell in; and the suburbs of them shall be for their cattle, and for their goods, and for all their beasts.

1ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,

2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।

3ତହିଁରେ ସେହି ସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।

4ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।

5ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.