ଗଣନା ପୁସ୍ତକ 35

ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।

Numbers 35:33 (UKJV) So all of you shall not pollute the land wherein all of you are: for blood it defiles the land: and the land cannot be cleansed of the blood that is shed therein, but by the blood of him that shed it.

31ଆହୁରି ପ୍ରାଣଦଣ୍ଡ ଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।

32ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ।

33ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।

34ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.