7ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ।
8ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହି ସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”
9ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
10“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
11ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।