10ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ।
11ଅର୍ଥାତ୍, ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ।
12ଯୋଷେଫଙ୍କର ପୁତ୍ର ମନଃଶି ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।
13ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।