9ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।
10ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକ ଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।
11ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକ ଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।
12ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକ ଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।
13ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ିନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।