11ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକ ଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।
12ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକ ଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।
13ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ିନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।
14ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।
15ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।