16ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”
17ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,
18“ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ!
19ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।
20ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”