1ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2“ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ,
3ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
4ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।