19ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।
20ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”
21ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
22“ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;
23ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।