20ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”
21ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
22“ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;
23ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
24ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;