25ସେମାନେ ଆବାସର ଯବନିକାସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;
26ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।
27ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।
28ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।
29ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।