ଗଣନା ପୁସ୍ତକ 4

ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।

Numbers 4:3 (UKJV) From thirty years old and upward even until fifty years old, all that enter into the host, to do the work in the tabernacle of the congregation.

1ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

2“ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ,

3ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।

4ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।

5ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.