ଗଣନା ପୁସ୍ତକ 4

ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।

Numbers 4:30 (UKJV) From thirty years old and upward even unto fifty years old shall you number them, every one that enters into the service, to do the work of the tabernacle of the congregation.

28ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।

29ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।

30ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।

31ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,

32ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.