31ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,
32ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।
33ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।”
34ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ
35ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।