33ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।”
34ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ
35ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।
36ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;
37ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।