37ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
38ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
39ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
40ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।
41ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।