ଗଣନା ପୁସ୍ତକ 4

ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।

Numbers 4:41 (UKJV) These are they that were numbered of the families of the sons of Gershon, of all that might do service in the tabernacle of the congregation, whom Moses and Aaron did number according to the commandment of the LORD.

39ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,

40ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।

41ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।

42ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,

43ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.