ଗଣନା ପୁସ୍ତକ 4

ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,

Numbers 4:43 (UKJV) From thirty years old and upward even unto fifty years old, every one that enters into the service, for the work in the tabernacle of the congregation,

41ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।

42ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,

43ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,

44ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ।

45ଏମାନେ ମରାରି-ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.