6ଓ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।
7ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।
8ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।
9ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।
10ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକ ଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।