11ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
12“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,
13ଅର୍ଥାତ୍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;
14ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;
15ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।