ଗଣନା ପୁସ୍ତକ 5

ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;

Numbers 5:14 (UKJV) And the spirit of jealousy come upon him, and he be jealous of his wife, and she be defiled: or if the spirit of jealousy come upon him, and he be jealous of his wife, and she be not defiled:

12“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,

13ଅର୍ଥାତ୍‍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;

14ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;

15ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।

16ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.