ଗଣନା ପୁସ୍ତକ 5

ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।

Numbers 5:16 (UKJV) And the priest shall bring her near, and set her before the LORD:

14ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;

15ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।

16ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।

17ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।

18ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.