17ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।
18ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।
19ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।
20ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
21ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;