19ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।
20ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
21ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;
22ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ କହିବ।
23ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।