ଗଣନା ପୁସ୍ତକ 5

ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍‍ କହିବ।

Numbers 5:22 (UKJV) And this water that causes the curse shall go into your bowels, to make your belly to swell, and your thigh to rot: And the woman shall say, Amen, amen.

20ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;

21ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;

22ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍‍ କହିବ।

23ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।

24ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.