22ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ କହିବ।
23ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।
24ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।
25ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;
26ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।