25ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;
26ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।
27ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।
28ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।
29ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,