26ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।
27ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।
28ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।
29ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,
30ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।