2“ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।
3ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଦୁହିଁଙ୍କୁ ବାହାର କରିବ, ତୁମ୍ଭେମାନେ ଛାଉଣିର ବାହାରେ ସେମାନଙ୍କୁ ରଖିବ; ସେମାନଙ୍କର ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି ନ କରନ୍ତୁ।”
4ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ।
5ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
6“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,