ଗଣନା ପୁସ୍ତକ 5

ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।

Numbers 5:8 (UKJV) But if the man have no kinsman to recompense the trespass unto, let the trespass be recompensed unto the LORD, even to the priest; beside the ram of the atonement, whereby an atonement shall be made for him.

6“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,

7ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।

8ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।

9ପୁଣି, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ।

10ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗିତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.