ଗଣନା ପୁସ୍ତକ 6

ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକ‍କରଣ ଅଶୁଚି ହେଲା।

Numbers 6:12 (UKJV) And he shall consecrate unto the LORD the days of his separation, and shall bring a lamb of the first year for a trespass offering: but the days that were before shall be lost, because his separation was defiled.

10ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।

11ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହି ଦିନ ତାହାର ମସ୍ତକ ପବିତ୍ର କରିବ।

12ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକ‍କରଣ ଅଶୁଚି ହେଲା।

13ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।

14ପୁଣି, ସେ ହୋମାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.