12ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକକରଣ ଅଶୁଚି ହେଲା।
13ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।
14ପୁଣି, ସେ ହୋମାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ
15ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
16ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ।