13ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।
14ପୁଣି, ସେ ହୋମାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ
15ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
16ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ।
17ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।