16ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ।
17ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
18ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।
19ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ।
20ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।