21ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ବ୍ୟତୀତ ଓ ତାହାର ପୃଥକ ରହିବା ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ।”
22ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
23“ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ‘ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
24ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
25ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;