2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,
3ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।
4ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।
5ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।
6ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।