6ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।
7ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ ହେବାର ଚିହ୍ନ ତାହାର ମସ୍ତକରେ ଅଛି।
8ତାହାର ପୃଥକ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
9ଆଉ ଯଦି କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।
10ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।