7ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ ହେବାର ଚିହ୍ନ ତାହାର ମସ୍ତକରେ ଅଛି।
8ତାହାର ପୃଥକ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
9ଆଉ ଯଦି କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।
10ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।
11ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହି ଦିନ ତାହାର ମସ୍ତକ ପବିତ୍ର କରିବ।