12ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;
13ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
14ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
15ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
16ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ