18ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,
19ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
20ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
21ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
22ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,