30ଚତୁର୍ଥ ଦିନ ରୁବେନ୍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;
31ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
32ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
33ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
34ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;