32ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
33ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
34ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
35ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର।
36ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;